ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ରାଜ୍ୟରେ ବଜ୍ରପାତରେ ୬ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର , ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ ଯେ ଗତକାଲି ମଧ୍ୟ ବଜ୍ରପାତରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁଇ ଦିନରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଛନ୍ତି ଓ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.