ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ

0

ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ ପାରିବ ନାହିଁ। ଛାତ୍ର ସଂସଦ ନିର୍ବାଚନ ପାଇଁ କଲେଜ ଓ ବିଶ୍ଵବିଦ୍ୟାଳୟ ଗୁଡିକୁ ପ୍ରସ୍ତୁତ କରାଯିବ। ଆସନ୍ତା ବର୍ଷ କଲେଜ ଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ନିଷ୍ପତି ହୋଇସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି

ତେବେ କୋଭିଡ୍ ଆଳରେ ପୂର୍ବତନ ରାଜ୍ୟ ସରକାର ଛାତ୍ର ନିର୍ବାଚନକୁ ବନ୍ଦ କରିଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଛାତ୍ର ନେତୃତ୍ୱ ଏବଂ ଯୁବ ନେତୃତ୍ୱ ସୃଷ୍ଟି କରିବା ଦିଗରେ ଛାତ୍ର ସଂସଦ ନିର୍ବାଚନର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅନେକେ ମତ ଦେଇସାରିଛନ୍ତି। ଏହା ସତ୍ତ୍ୱେ ନିର୍ବାଚନକୁ ବନ୍ଦ କରାଇଥିଲେ ପୂର୍ବ ସରକାର। ହେଲେ ଆସନ୍ତାବର୍ଷ ଠାରୁ ନିର୍ବାଚନ ପାଇଁ ବାଟ ଫିଟିଥିବାରୁ ଛାତ୍ରଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି, ଆଉ ଅନେକେ ମଧ୍ୟ ସରକାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି।

Leave A Reply

Your email address will not be published.