ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ

0

ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ ପାରିବ ନାହିଁ। ଛାତ୍ର ସଂସଦ ନିର୍ବାଚନ ପାଇଁ କଲେଜ ଓ ବିଶ୍ଵବିଦ୍ୟାଳୟ ଗୁଡିକୁ ପ୍ରସ୍ତୁତ କରାଯିବ। ଆସନ୍ତା ବର୍ଷ କଲେଜ ଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ନିଷ୍ପତି ହୋଇସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି

ତେବେ କୋଭିଡ୍ ଆଳରେ ପୂର୍ବତନ ରାଜ୍ୟ ସରକାର ଛାତ୍ର ନିର୍ବାଚନକୁ ବନ୍ଦ କରିଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଛାତ୍ର ନେତୃତ୍ୱ ଏବଂ ଯୁବ ନେତୃତ୍ୱ ସୃଷ୍ଟି କରିବା ଦିଗରେ ଛାତ୍ର ସଂସଦ ନିର୍ବାଚନର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅନେକେ ମତ ଦେଇସାରିଛନ୍ତି। ଏହା ସତ୍ତ୍ୱେ ନିର୍ବାଚନକୁ ବନ୍ଦ କରାଇଥିଲେ ପୂର୍ବ ସରକାର। ହେଲେ ଆସନ୍ତାବର୍ଷ ଠାରୁ ନିର୍ବାଚନ ପାଇଁ ବାଟ ଫିଟିଥିବାରୁ ଛାତ୍ରଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି, ଆଉ ଅନେକେ ମଧ୍ୟ ସରକାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି।

Leave A Reply

Your email address will not be published.