ଭୁବନେଶ୍ବର: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରଣାଳୀ ପରିବର୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ସେମାନଙ୍କୁ ନୂଆ ଢାଞ୍ଚାରେ ପରୀକ୍ଷା ଦେବାକୁ ପଡ଼ିବ।
୨୦୨୫ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ପାଇଁ ବଦଳିଛି ପ୍ରଶ୍ନପତ୍ର ଢାଞ୍ଚା। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରଶ୍ନପତ ଢ଼ାଞ୍ଚାରେ ପରିବର୍ତ୍ତନ କରିଛି।
ଏଣିକି ଛାତ୍ରଛାତ୍ରୀଙ୍କୁ ୮୦:୨୦ ଅନୁପାତରେ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ। ନନ-ପ୍ରାକ୍ଟିକାଲ ବିଷୟରେ ୮୦ ଥିଓରୀ ଏବଂ ୨୦ ଇଣ୍ଟରନାଲ ପରୀକ୍ଷା କରାଯିବ। ନନ-ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ ମାର୍କ ୮୦ ଏବଂ ପାସ ମାର୍କ ୨୪ ରଖାଯାଇଛି। ୨୦୨୩ରେ ପଞ୍ଜୀକରଣ ଓ ୨୦୨୫ରେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା