ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ସୋଆରେ ର‌୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ

0

ଭୁବନେଶ୍ୱର, ୨୧/୦୮ : ର‌୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର‌୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।
ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର ବିଭିନ୍ନ କ୍ୟାମ୍ପସ୍‌ରେ ଏହି ୫ ଦିନ ମଧ୍ୟରେ ବକ୍ତୃତା, ରଙ୍ଗୋଲି, ପ୍ରବନ୍ଧ, ସ୍ଲୋଗାନ୍ ଏବଂ ପୋଷ୍ଟର ପ୍ରତିଯୋଗିତା ମାଧ୍ୟମରେ ସଚେତନତା ସୃଷ୍ଟି ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।
ର‌୍ୟାଗିଙ୍ଗ ଫ୍ରି କ୍ୟାମ୍ପସ୍‌ର ଲକ୍ଷ୍ୟ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ହଷ୍ଟେଲ୍‌ର ଛାତ୍ରଛାତ୍ରୀମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଥିଲା । ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଏବଂ ୪୦୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ମଙ୍ଗଳବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌)ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଓ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ । ଫ୍ୟାକଲ୍ଟି କୋର୍ଡିନେଟର ଡକ୍ଟର ଅଂଶୁମାନ ଜେନା ଅତିଥିମାନଙ୍କୁ ସ୍ୱାଗତ କରିଥିବା ବେଳେ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ନେହା ଗୁପ୍ତା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.