ଭୁବନେଶ୍ୱର, ୨୧/୦୮ : ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।
ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର ବିଭିନ୍ନ କ୍ୟାମ୍ପସ୍ରେ ଏହି ୫ ଦିନ ମଧ୍ୟରେ ବକ୍ତୃତା, ରଙ୍ଗୋଲି, ପ୍ରବନ୍ଧ, ସ୍ଲୋଗାନ୍ ଏବଂ ପୋଷ୍ଟର ପ୍ରତିଯୋଗିତା ମାଧ୍ୟମରେ ସଚେତନତା ସୃଷ୍ଟି ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।
ର୍ୟାଗିଙ୍ଗ ଫ୍ରି କ୍ୟାମ୍ପସ୍ର ଲକ୍ଷ୍ୟ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ହଷ୍ଟେଲ୍ର ଛାତ୍ରଛାତ୍ରୀମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଥିଲା । ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଏବଂ ୪୦୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ମଙ୍ଗଳବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍)ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଓ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ । ଫ୍ୟାକଲ୍ଟି କୋର୍ଡିନେଟର ଡକ୍ଟର ଅଂଶୁମାନ ଜେନା ଅତିଥିମାନଙ୍କୁ ସ୍ୱାଗତ କରିଥିବା ବେଳେ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ନେହା ଗୁପ୍ତା ଧନ୍ୟବାଦ ଅର୍ପଣ କରିଥିଲେ ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ