ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ବଢିବ ମଧ୍ୟାହ୍ନ ଭୋଜନ ସହାୟତା ରାଶି

0

ଭୁବନେଶ୍ବର: ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ପ୍ରତି ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବ । ତେବେ ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମଧ୍ୟାହ୍ନ ଭୋଜନରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।

ରାଜ୍ୟରେ ପ୍ରାୟ ୪୬ଳକ୍ଷ ଛାତ୍ରୀଛାତ୍ର ଏହି ମଧ୍ୟାହ୍ନ ଭୋଜନ ଖାଉଛନ୍ତି। ବର୍ତ୍ତମାନ ସରକାର ପ୍ରତି ପ୍ରାଥମିକ ସ୍କୁଲ୍‍ ପିଲାଙ୍କ ପାଇଁ ଗୋଟିଏ ମିଲ୍ ପିଛା ୫ଟଙ୍କା ୯୦ ପଇସା ଖର୍ଚ୍ଚ କରୁଛନ୍ତି। ସେହିପରି ଉଚ୍ଚ ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ଏହା ମୁଣ୍ଡପିଛା ୮ଟଙ୍କା ୮୨ ପଇସା ରହିଛି। ଏହି ଅର୍ଥରେ ପିଲାଙ୍କ ପାଇଁ ଭଲ ଖାଦ୍ୟ ଯୋଗାଇବା ସମ୍ଭବ ହୋଇପାରୁ ନାହିଁ। ଏନେଇ ବାରମ୍ୱାର କହିବା ସହ ଅଧିକ ସହାୟତା ରାଶି ଦେବାକୁ ଦାବି କରାଯାଇଥିଲା।

Leave A Reply

Your email address will not be published.