ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କଲେ ଜଗନ୍ନାଥ ପ୍ରଧାନ

0

ଭୁବନେଶ୍ବର: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ବିଜେପି ସମର୍ଥକଙ୍କ ସହ ରାଜ୍ୟସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି । ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି।

ଗତ ୨୦୨୪ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ୩୭ ଖଣ୍ଡ ଭୋଟରେ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଅନନ୍ତ ନାରାୟଣ ଜେନାଙ୍କ ଠାରୁ ୩୭ ଖଣ୍ଡ ଭୋଟରେ ହାରି ଯାଇଥିଲେ। ପୂର୍ବରୁ ୨୦୧୯ ନିର୍ବାଚନରେ ଜଗନ୍ନାଥ ପ୍ରଧାନ ୧୨ ହଜାର ଭୋଟରେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେଡି ଠାରୁ ହାରିଥିଲେ ।
ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

Leave A Reply

Your email address will not be published.