ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନାମାଙ୍କନ ଦାଖଲ କଲେ ମମତା

0

ଭୁବନେଶ୍ବର: ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଆଜି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲ ଥିଲେ। ଗତକାଲି (ମଙ୍ଗଳବାର) ଭାଜପା ମମତା ମହନ୍ତଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିଥିଲା।
ଭାଜପା ପାଖରେ ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ଏକପ୍ରକାର ରାଜ୍ୟ ସଭାକୁ ଯିବା ନିଶ୍ଚିତ ହୋଇସାରିଛି। ତେବେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନିକଟରେ ବିଜେଡି ଛାଡ଼ି ଭାଜପାରେ ମିଶିଥିଲେ ମମତା ମହନ୍ତ। ସେ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ। ମଙ୍ଗଳବାର ଭାଜପା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା।
ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ରେସ୍‌ରେ ମମତା ହିଁ ଆଗରେ ଥିଲେ।

Leave A Reply

Your email address will not be published.