ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣଙ୍କୁ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ହଜାର ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦିଆଯାଉଛି ।
ରାଜ୍ୟରେ ଯୋଗାଣ ବିଭାଗ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ କେତେ ହିତାଧିକାରୀଙ୍କୁ ଚାଉଳ ଓ ଅନ୍ୟାନ ସାମଗ୍ରୀ ଯୋଗାଇ ଦିଆଯାଉଛି ଓ କେତେ ନୂଆ ହିତାଧିକାରୀଙ୍କୁ ରାସନ କାର୍ଡ ଦେବାକୁ ଚିହ୍ନଟ କରାଯାଇଛି ତାହାର ବିବରଣୀ ମାଗିଥିଲେ ଡାବୁଗାଁ ବିଧାୟକ ।
ରାଜ୍ୟରେ ମୋଟ ୯ ଲକ୍ଷ ୯୧ ହଜାର ୯୨୯ ଆବେଦନକାରୀ ରାସନକାର୍ଡ ପାଇବା ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ଏହି ସବୁ ଆବେଦନ ପତ୍ର ଗୁଡିକର ତଦନ୍ତ ପ୍ରକ୍ରିୟା ଜାରି ରହିଛି । ଯାଞ୍ଚ କରାଯିବାକୁ ପଦକ୍ଷେପ ନିଆଯାଉଛି । ଯାଞ୍ଚ ପରେ ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ ଯୋଗାଇ ଦିଆଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଗୃହରେ ଆଜି ଖାଦ୍ୟ ସୁରକ୍ଷା ଯୋଜନା ସମ୍ପର୍କରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ