ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ଠାରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏ କ୍ଷତିପୂରଣ ଏବଂ ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗୁରୁବାର ସକାଳୁ ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରିବାକୁ ଯାଇ ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।

‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ସେହି ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରୁଥିବା ବେଳେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

Leave A Reply

Your email address will not be published.