ଭୁବନେଶ୍ୱର: ବିଧାନସଭାରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଜାରି ରହିବ ଏବଂ ସ୍ୱାସ୍ଥ୍ୟ କାର୍ଡର ନବୀକରଣ ଶୀଘ୍ର ଶେଷ ହେବ।କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାର ନବୀକରଣ ଉପରେ ବିଚାର ବିମର୍ଶ ଚାଲିଛି। ଅନୁମୋଦନ ପରେ ଡେଡଲାଇନ ପୂର୍ବରୁ ନବୀକରଣ ପ୍ରକ୍ରିୟା ଶେଷ ହେବ ବୋଲି ସେ କହିଛନ୍ତି। ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବର୍ତ୍ତମାନ ସାମ୍ବାଦିକଙ୍କ ପାଖରେ ରହିଥିବା ସ୍ୱାସ୍ଥ୍ୟ ବୀମା କାର୍ଡର ବୈଧତା ଅଗଷ୍ଟ ୩୧, ୨୦୨୪ରେ ଶେଷ ହେବ।n
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା