ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି

0

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ବିଜେଡିର ବିଜୟ । ଜିଲ୍ଲା ପରିଷଦ ନିର୍ବାଚନରେ ବାଜି ମାରିଲା ବିଜେଡି । ବିଜେଡି ପ୍ରାର୍ଥୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି । ତାଙ୍କ ବିପକ୍ଷରେ ଅନ୍ୟ କେହି ପ୍ରତିଦ୍ବନ୍ଦିତା କରିନଥିଲେ । ଫଳରେ ପୁଣିଥରେ ବିଜେଡି ଦଖଲରେ ରହିଛି କେନ୍ଦ୍ରାପଡା ଜିଲ୍ଲା ପରିଷଦ । ଆଜି ସକାଳେ ଲିଲିତା ଦାସଙ୍କୁ ଅଧ୍ୟକ୍ଷ ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଥିଲା । ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ ।
ଆଜି ଅନୁଷ୍ଠିତ ନିର୍ବାଚନରେ ବିଜେଡି ତରଫରୁ ପାଞ୍ଚ ନମ୍ବର ଜୋନର ଜିଲ୍ଲା ପରିଷଦ ସଦସ୍ୟା ଲିଲିତା ଦାସ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ସେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଏହା ପରେ ସେ, ନବୀନ ନିବାସକୁ ଆସି ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି ।ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଶ୍ରୀମତୀ ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ସୁଚନାଯୋଗ୍ୟ ଆଜି ଅନୁଷ୍ଠିତ ନିର୍ବାଚନରେ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ଜିଲ୍ଲାପରିଷଦର ୩୧ ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର । ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି । ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ । ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି ।

Leave A Reply

Your email address will not be published.