ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ନେତା

0

ଭୁବନେଶ୍ୱର: ଆଜି ଆରମ୍ଭରୁ ବିଧାନସଭା ବିରୋଧୀ ହଙ୍ଗାମା କରିଛନ୍ତି । ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ୱାଳ ଟେବୁଲ୍ ଉପରକୁ ଚଢ଼ି ଯାଇଥିଲେ। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ ତଳେ ନାରାବାଜି ଦେଇଛନ୍ତି। ପରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ବିଜେଡିର ନେତାମାନେ ଚଢ଼ିଯାଇଥିଲେ।

ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ମଧ୍ୟ ଗୃହରେ ତୁମୁଳକାଣ୍ଡ ଓ ଅରାଜକତା ଦେଖିବାକୁ ମିଳିଥିଲା। ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିଜେଡି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କରିଥିଲେ। ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡିୟମ ଉପରେ ଚଢ଼ିଯାଇଥିଲେ । ଅନ୍ୟପକ୍ଷେ ବାଚସ୍ପତିଙ୍କ ସିଟ ପାଖକୁ ଯିବାକୁ ମଧ୍ୟ ବିଜେଡି ବିଧାୟକ ଉଦ୍ୟମ କରିଥିଲେ।

ଚିକିଟି ମଦ ମୃତ୍ୟୁ ଘଟଣାରେ ବୁଧବାର ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି।

Leave A Reply

Your email address will not be published.