ଭୁବନେଶ୍ୱର: ପଶ୍ଚିମବଙ୍ଗ ଅଞ୍ଚଳ ରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହା ଧୀରେଧୀରେ ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଝାଡଖଣ୍ଡ ଆଡକୁ ଗତି କରିବ। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଅଞ୍ଚଳ ରେ ଆସନ୍ତା ୨୪ ତାରିଖ ବେଳକୁ ସୃଷ୍ଟି ହେବ। ରାଜ୍ୟ ରେ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ଅଗଷ୍ଟ ୨୮-୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତେଣୁ ଉପୋରକ୍ତ ସିଷ୍ଟମ ଗୁଡ଼ିକର ପ୍ରଭାବ ରେ ଆସନ୍ତା ୮ ଦିନ ଯାଏଁ ରାଜ୍ୟ ରେ ବର୍ଷା ର ପ୍ରଭାବ ଅଧିକ ରହିବ। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ଅଧିକ ରହିବ। ମୟୂରଭଞ୍ଜ, କେଉଁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ସମ୍ବଲପୁର, ବରଗଡ଼ ଜିଲ୍ଲା ର କିଛି ଅଞ୍ଚଳ ରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକର ସ୍ଥାନେ ସ୍ଥାନେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର କିଛି ଅଞ୍ଚଳ ରେ ମଧ୍ୟମ ରୁ ପ୍ରବଳ ବର୍ଷା ହୋଇପାରେ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା