ଭୁବନେଶ୍ୱର: ପଶ୍ଚିମବଙ୍ଗ ଅଞ୍ଚଳ ରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହା ଧୀରେଧୀରେ ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଝାଡଖଣ୍ଡ ଆଡକୁ ଗତି କରିବ। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଅଞ୍ଚଳ ରେ ଆସନ୍ତା ୨୪ ତାରିଖ ବେଳକୁ ସୃଷ୍ଟି ହେବ। ରାଜ୍ୟ ରେ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ଅଗଷ୍ଟ ୨୮-୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତେଣୁ ଉପୋରକ୍ତ ସିଷ୍ଟମ ଗୁଡ଼ିକର ପ୍ରଭାବ ରେ ଆସନ୍ତା ୮ ଦିନ ଯାଏଁ ରାଜ୍ୟ ରେ ବର୍ଷା ର ପ୍ରଭାବ ଅଧିକ ରହିବ। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ଅଧିକ ରହିବ। ମୟୂରଭଞ୍ଜ, କେଉଁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ସମ୍ବଲପୁର, ବରଗଡ଼ ଜିଲ୍ଲା ର କିଛି ଅଞ୍ଚଳ ରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକର ସ୍ଥାନେ ସ୍ଥାନେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର କିଛି ଅଞ୍ଚଳ ରେ ମଧ୍ୟମ ରୁ ପ୍ରବଳ ବର୍ଷା ହୋଇପାରେ।
ପ୍ରମୁଖ ଖବର
କିସ୍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି