କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍ ହାର ୫୫.୪% ରହିଛି।ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ଚଳିତ ବର୍ଷ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୧ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ୯୭୨ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିଲେ। ସେଥିମଧ୍ୟରୁ ୧୭୬ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ ।ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୧୬,୯୦୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ପାସ୍ ହାର ୫୫.୮୭% ରହିଛି। ସେଥି ମଧ୍ୟରୁ ୯୪୩୫ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ରାଜ୍ୟ ମୁକ୍ତ ବିଦ୍ୟାଳୟରେ ପରୀକ୍ଷା ଦେବା ଲାଗି ୨୪ ହଜାର ୫୨୦ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିଲେ। ସେଥି ମଧ୍ୟରୁ ୭୬୧୨ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ ।ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ନେଇ ସନ୍ତୁଷ୍ଟ ନୁହନ୍ତି ସେମାନେ ଖାତା ଚେକିଂ ପାଇଁ ଅଗଷ୍ଟ ୨୭ତାରିଖରୁ ସେପ୍ଟେମ୍ବର ୫ ତାରିଖ ମଧ୍ୟରେ ଅଫଲାଇନରେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ଜୋନ ଅଫିସ କିମ୍ବା କଟକସ୍ଥିତ ବିଏସଇ ମୁଖ୍ୟ କାର୍ଯ୍ୟାଳୟରେ ଏନେଇ ଆବେଦନ କରିପାରିବେ। ବିଏସଇର ୱେବ ସାଇଟରେ ଆବେଦନ ଫର୍ମ ଉପଳବ୍ଧ ରହିଛି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ