ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ସ୍ଥାନାନ୍ତର ହେଲା ଭିତର ରତ୍ନଭଣ୍ଡାର ଆଲମାରୀ

0

ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ୱାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌ରେ ସ୍ଥାନାନ୍ତର କରାଯାଇଛି । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଏସ୍‌ଓପି ଅନୁସାରେ ସେବାୟତଙ୍କ ସହାୟତରେ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ ।

ସେହିପରି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ତାଙ୍କ ପ୍ରତିକ୍ରିୟାରେ ସରକାରଙ୍କ ସ୍ୱତନ୍ତ୍ର ଏସ୍‌ଓପି ଅନୁସାରେ ଶାନ୍ତି ଶୃଙ୍ଖଳାର ସହିତ ଭିତର ରତ୍ନଭଣ୍ଡାରୁ ଆଲମାରୀ ଓ ସିନ୍ଦୁକ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌କୁ ସ୍ଥାନାନ୍ତର କରାଯାଇଥିବା କହିଛନ୍ତି। ଏପରିକି ଭିତରେ ରତ୍ନଭଣ୍ଡରାର ଥିବା ଏକ ଲୁହା ସିନ୍ଦୁକ ସ୍ଥନାନ୍ତରଣ ବେଳେ ବାହାରକୁ ବାହାରିବା ସମ୍ଭବ ନ ହେବାରୁ ବାହାର ରତ୍ନଭଣ୍ଡାର କାଠ କବାଟ କଟାଯାଇ ଏହାକୁ ବାହାର କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି।

ମୁଖ୍ୟ ପ୍ରଶାସକ ଆହୁରିମଧ୍ୟ କହିଛନ୍ତି ଯେ, ସିନ୍ଦୁକ, ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ଏସ୍‌ଆଇକୁ ଚିଠି ଲେଖାଯିବ। ଏପରିକି ଏଏସ୍‌ଆଇ ଆବଶ୍ୟକ ସ୍କାନିଂ କରି କିଛି ଜିନିଷ ଥିଲେ ସନ୍ଧାନ କରିବ। ଆବଶ୍ୟକ ସ୍କାନିଂ ପରେ ଏଏସ୍‌ଆଇ ମରାମତି କାର୍ଯ୍ୟ କରିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ସ୍ଥାନାନ୍ତର ବେଳେ ସାଧାରଣ ଦର୍ଶନ ବନ୍ଦ ରହି ଥିବା ବେଳେ ଆନନ୍ଦ ବଜାରରୁ ଅବଢ଼ା ମିଳିଥିଲା। ସ୍ଥାନାନ୍ତରଣ ଶେଷ ପରେ ଦର୍ଶନ ସ୍ୱାଭାବିକ ହୋଇଛି ବୋଲି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ସ୍ଥାନାନ୍ତରଣ ବେଳେ ଟେକନିକାଲ ଟିମ୍‌ ଶ୍ରୀମନ୍ଦିର ଭିତରେ ଉପସ୍ଥିତ ରହିଥିଲେ। ଏପରିକି ଓଡ୍ରାଫ, ଅଗ୍ନିଶମ ଏବଂ ସ୍ନେକ ହେଲପ ଲାଇନ ସଦସ୍ୟ ମଧ୍ୟ ସମ୍ପୂର୍ଣ୍ଣ ସଜାଗ ରହିଥିଲେ।

Leave A Reply

Your email address will not be published.