ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

+୩ ନାମଲେଖା ଗାଇଡଲାଇନ୍ ରେ ପରିବର୍ତନ

0

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ୱେବସାଇଟ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ। ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଚଏସ ଲକିଂ କରିଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଉଲ୍ଲେଖ ରହିଥିଲା। ମାତ୍ର ଏହି ନିୟମରେ ଏବେ ପରିବର୍ତ୍ତନ କରାଯାଇଛି।
ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବାପରେ ବହୁ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପକ୍ଷରୁ ଗାଇଡ଼ଲାଇନରେ ସଂଶୋଧନ କରି ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀଙ୍କୁ ନିଜ ମନପସନ୍ଦର କଲେଜ୍‌ ଓ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଉ ଥରେ ଏକ ସୁଯୋଗ ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗକୁ ଅନୁରୋଧ କରାଯାଇଥିଲା। ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚଶିକ୍ଷା ବିଭାଗ ନିଜର ନିଷ୍ପତ୍ତିକୁ ବଦଳାଇଛି ଏବଂ ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ୍‌ରେ ସଂଶୋଧନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇସାରିଥିବା ଛାତ୍ରଛାତ୍ରୀମାନେ ଦ୍ୱିତୀୟ ପର୍ଯ୍ୟାୟରେ ପୁଣି ଥରେ ଆବେଦନ କରିପାରିବେ ବୋଲି ନିଷ୍ପତ୍ତି ନିଆଯାଇଛି।
ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ୍ୟ ୭୭ ହଜାର ୬୭୩ ଜଣ ନାମଲେଖାଇଥିବା ବେଳେ ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ୩ ତାରିଖ ସକାଳ ୧୦ ଟାରୁ ୬ ତାରିଖ ସନ୍ଦ୍ୟା ୫ ଟା ଭିତରେ ନାମଲେଖାଇବେ ।

Leave A Reply

Your email address will not be published.