ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଏସଆରଟିସି ଚିଫ ଆକାଉଣ୍ଟ ଗିରଫ

0

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କୁ ଗିରଫ କରିଛି ଭିଜିଲାନ୍ସ । ଶୁକ୍ରବାର ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଓଏସଆରଟିସି ସିଏଓଙ୍କ ଘରେ ଚଢ଼ାଉ କରିଥିଲେ । ଏହି ଚଢାଉରେ ୮ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଥିଲେ । ଚଢାଉରେ ଭୁବନେଶ୍ୱରର ପଳାଶୁଣୀରେ ଥିବା ୨ଟି କୋଠା, ଭୁବନେଶ୍ୱରର ଦାମୀ ଆପାର୍ଟମେଣ୍ଟ ଜେଡ-୧ରେ ଏକ ଫ୍ଲାଟ, କେରଳର ଏର୍ଣ୍ଣାକୁଲମ୍‌ରେ ଏକ ବଙ୍ଗଳା ସମେତ ବିଭିନ୍ନ ବ୍ୟାଙ୍କରେ ୧ କୋଟି ୪୭ ଲକ୍ଷ ଟଙ୍କାର ଜମା ରାଶି ସହିତ ଘରୁ ପ୍ରାୟ ୫୦୦ ଗ୍ରାମର ସୁନା ଅଳଙ୍କାର ଜବତ କରିଛି ଭିଜିଲାନ୍ସ ।

ସୂଚନାଯୋଗ୍ୟ, ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ସିଏଓଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିଲା। ଫ୍ଲାଟ୍‌ ନଂ ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ନନ୍ଦନକାନନ ରୋଡ୍‌, ନନ୍ଦନବିହାର, ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୯୧୮ରେ ଏକ ଦୁଇ ମହଲା କୋଠା, ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୮୯୨ରେ ଦୁଇ ମହଲା କୋଠା, ମୟୂରଭଞ୍ଜର ଢିପସାହିସ୍ଥିତ ଭୂୟାଁ ନିବାସ, ଭୁବନେଶ୍ୱରର ଓଏସ୍‌ଆର୍‌ଟିସିର ମୁଖ୍ୟ ଆକାଉଣ୍ଟ ଅଫିସ, ଭୁବନେଶ୍ୱରର ଖାରବେଳ ଭବନସ୍ଥିତ ଆର୍ଥିକ ପରାମର୍ଶଦାତା କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ, ବାଣିଜ୍ୟ ଏବଂ ପରିବହନ, ୫ମ ମହଲା କୋଠା, କାର୍ଯ୍ୟାଳୟର ନିର୍ଦ୍ଦେଶକ, ବ୍ୟବସାୟ ବିକାଶ ଏବଂ ଅର୍ଥ, ଓଆର୍‌ଆଇଡିଏଲ୍‌, ୬ ମହଲା, ଇଡ୍‌କୋ ଟାଓ୍ବାର- ଜନପଥ ଭୁବନେଶ୍ୱରରେ ଏହି ଚଢ଼ାଉ ହୋଇଥିଲା।

Leave A Reply

Your email address will not be published.