ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

0

ନୂଆଦିଲ୍ଲୀ: ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।
ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ଵିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ।
ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।

Leave A Reply

Your email address will not be published.