ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ବରଗଡ଼-ନୂଆପଡା ରେଳ ଲାଇନ ପାଇଁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

0

ନୂଆଦିଲ୍ଲୀ: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍‌ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ରେଳ ଲାଇନ୍‌ ପଦ୍ମପୁର ହୋଇ ଯିବ। ବରଗଡ଼ ରୋଡ୍‌-ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନରେ ୧୩ଟି ଷ୍ଟେସନ୍‌ ନିର୍ମାଣ ହେବ ।ଏ ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର ୧୦ଟି ରାଜ୍ୟରେ ଏହି ପ୍ରକଳ୍ପ ପାଇଁ ୨୮,୬୦୨ କୋଟି ଟଙ୍କା ବିନିଯୋଗ କରିବେ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।୩୭ କିଲୋମିଟର ଲାଇନ ପାଇଁ ଖର୍ଚ୍ଚ ହେବ ୧୩ ଶହ ୬୦ କୋଟି। ସେହିପରି ଜାମସେଦପୁର-ଆସାନସୋଲ ମଧ୍ୟରେ ତୃତୀୟ ଲାଇନକୁ ମଧ୍ୟ ମଞ୍ଜୁରି ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ପରେ ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରାୟ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଯୋଗାଇବ। ଏହା ମଧ୍ୟ ପରୋକ୍ଷରେ ୩୦ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି କରିବ। କେନ୍ଦ୍ରମନ୍ତ୍ରୀଙ୍କ କହିବାନୁସାରେ, ଏଥିରେ ୧.୫୨ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବାର ସମ୍ଭାବନା ରହିଛି। ଏହା ଅଧୀନରେ ୧୪ଟି ନୂଆ ରେଳ ଷ୍ଟେଶନ ମଧ୍ୟ ନିର୍ମାଣ ହେବ।

Leave A Reply

Your email address will not be published.