ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ ଜିନ୍ଦଲ

0

ଭୁବନେଶ୍ୱର: କୁରୁକ୍ଷେତ୍ର ଲୋକସଭା ନିର୍ବାଚନ ମଣ୍ଡଳୀରୁ ତୃତୀୟ ଥର ସାଂସଦ ତଥା ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର୍ (ଜେଏସପି)ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ଆଜି ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ  ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ଆଜି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଏହି ବୈଠକରେ ଓଡ଼ିଶାରେ ଜେଏସପିର ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା । ଅନୁଗୁଳ ଇସ୍ପାତ କାରଖାନାକୁ ପର୍ଯ୍ୟାୟକ୍ରମେ ବାର୍ଷିକ ୨୫.୨ ନିୟୁତ ଟନ୍ କୁ ସମ୍ପ୍ରସାରଣ କରାଯିବା ସମ୍ପର୍କରେ ଶ୍ରୀ ଜିନ୍ଦଲ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ସମ୍ପ୍ରସାରଣ ସମ୍ପୂର୍ଣ୍ଣ ହେବା ପରେ ଏହା କୌଣସି ଗୋଟିଏ ସ୍ଥାନରେ ବିଶ୍ୱର ସର୍ବବୃହତ ଇସ୍ପାତ କାରଖାନା ହେବ ।ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ଜେଏସପିର ପ୍ରୟାସକୁ ପ୍ରଶଂସା କରିଥିଲେ । ଶ୍ରୀ ଜିନ୍ଦଲ କହିଥିଲେ ଯେ ରାଜ୍ୟର ଶିଳ୍ପ ଭିତ୍ତିକ ସାମଗ୍ରିକ ବିକାଶ ପାଇଁ ଜେଏସପି ଓଡ଼ିଶା ସରକାର ଏବଂ ଓଡ଼ିଶାବାସୀଙ୍କ ସହ ସହଭାଗୀତା  ଜାରି ରଖିବ ।  

Leave A Reply

Your email address will not be published.