ଝାଡଖଣ୍ଡ: ବିଜେପିରେ ମିଶିଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ରାଞ୍ଚିରେ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଚମ୍ପାଇ ସୋରେନ ପଦ୍ମ ଧରିଛନ୍ତି । ତାଙ୍କ ସହ ବହୁ ସଂଖ୍ୟକ ଜେଏମଏମ କର୍ମୀ ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି।
ଚମ୍ପାଇ ସୋରେନ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବେ ଭାଜପାର ହୋଇଯାଇଛନ୍ତି। ସରକାରୀ ଭାବେ ସେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି।ଦୁଇ ଦିନ ତଳେ ଚମ୍ପାଇ ସୋରେନ ମନ୍ତ୍ରୀ ଓ ବିଧାୟକ ପଦରୁ ଇସ୍ତଫା ଦେବା ସହିତ ଜେଏମ୍ଏମ୍ ମଧ୍ୟ ଛାଡ଼ିଥିଲେ । ବୁଧବାର ଚମ୍ପାଇ ସୋରେନ ତାଙ୍କ ଦିଶୋମ ଗୁରୁ ଶିବୁ ସୋରେନଙ୍କୁ ଇସ୍ତଫା ପତ୍ର ଦେଇଥିଲେ।
ସୂଚନା ଅନୁସାରେ, ଚମ୍ପାଇ ସୋରେନ ଚଳିତ ବର୍ଷ ଫେବୃଆରୀ ୨ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ତେବେ ମୁଖ୍ୟମନ୍ତ୍ରୀ ଭାବେ ୫ ମାସ ରହିଥିଲେ । ହେମନ୍ତ ସୋରେନ୍ ଜେଲରୁ ଆସିବା ପରେ ଚମ୍ପାଇ ସୋରେନ୍ ଜୁଲାଇ ୩ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଜୁଲାଇ ୪ରେ ପୁଣି ଥରେ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ଏହାପରଠୁ ଅସନ୍ତୋଷ ଥିଲେ ଚମ୍ପାଇ ସୋରେନ୍ ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ