ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବଙ୍ଗୋପସାଗର ରେ ସଦୃଶ ଲଘୁଚାପ ସକ୍ରିୟ

0

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ରେ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ରେ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଡିପ୍ରେଶନ ରେ ପରିଣତ ହେବାର ସମ୍ଭାବନା ରହିଛି।

ପ୍ରଭାବ ରେ ଆସନ୍ତା ୭୨ ଘଣ୍ଟା ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ବୌଦ୍ଧ, ନୂଆପଡ଼ା , ବଲାଙ୍ଗୀର ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଅନୁଗୁଳ , ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

ଲଘୁଚାପ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ଯାଏଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ।

Leave A Reply

Your email address will not be published.