ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ବଙ୍ଗୋପସାଗର ରେ ସଦୃଶ ଲଘୁଚାପ ସକ୍ରିୟ

0

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ରେ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ରେ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଡିପ୍ରେଶନ ରେ ପରିଣତ ହେବାର ସମ୍ଭାବନା ରହିଛି।

ପ୍ରଭାବ ରେ ଆସନ୍ତା ୭୨ ଘଣ୍ଟା ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ବୌଦ୍ଧ, ନୂଆପଡ଼ା , ବଲାଙ୍ଗୀର ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଅନୁଗୁଳ , ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

ଲଘୁଚାପ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ଯାଏଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ।

Leave A Reply

Your email address will not be published.