ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ରାଜଧାନୀବାସୀଙ୍କୁ ଚିକେନ ନ ଖାଇବାକୁ ଅନୁରୋଧ କଲେ ମେୟର

0

ଭୁବନେଶ୍ୱର: ରାଜ୍ୟରେ ଚାରି ଆଡେ ଏବେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ଏପରି ପରିସ୍ଥିତିରେ ଚିକେନ ନ ଖାଇବାକୁ ଅନୁରୋଧ କରିଛନ୍ତି ମେୟର ସୁଲୋଚନା ଦାସ। । ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି। ଏଥିସହ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହେଲେ ଏଣେ ତେଣେ ନ ଫିଙ୍ଗି ପୋତିବା ସହ ବ୍ଲିଚିଂ ପାଉଡର ପକାଇବାକୁ ବିଏମସି ପକ୍ଷରୁ କୁହାଯାଇଛି।
ସୂଚନା ଅନୁଯାୟୀ ,ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସହରର ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଯାଇଛି। ଭୁବନେଶ୍ବର ଆଖପାଖ ଅଞ୍ଚଳରେ ବାର୍ଡ ଫ୍ଲୁ ଭୂତାଣୁ ସଂକ୍ରମିତ ହେଉଥିବାରୁ କୁକୁଡ଼ା ମାଂସ ଦୋକାନୀମାନେ ଉକ୍ତ ଅଞ୍ଚଳରୁ କୁକୁଡ଼ା ନ କିଣିବାକୁ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ ପରାମର୍ଶ ଦେଇଛନ୍ତି। ଏହି ରୋଗ ସଂକ୍ରମିତ ହେବାର ସମ୍ଭାବନା ରହିଥିତ୍ବାରୁ ସଂପ୍ରତି ଯେଉଁ କୁକୁଡ଼ା ବା ପକ୍ଷୀ ଅସ୍ବାଭାବିକ ଭାବେ ଅସୁସ୍ଥ ହୋଇ ପଡୁଥିଲେ କିମ୍ବା ମୃତ୍ୟୁ ହେଉଥିଲା ତୁରନ୍ତ ନିକଟସ୍ଥ ପ୍ରାଣୀ ଚିକିତ୍ସା କେନ୍ଦ୍ର କିମ୍ବା ୱାର୍ଡ ଅଫିସରେ ଜଣାଇବାକୁ କମିଶନର କହିଛନ୍ତି।
ସେହିପରି ଅସ୍ବାଭାବିକ ଭାବେ ମୃତ୍ୟୁବରଣ କରୁଥିବା ପକ୍ଷୀଙ୍କୁ ଏଣେତେଣେ ନ ଫିଙ୍ଗି ନିର୍ଦ୍ଦିଷ୍ଟ ସ୍ଥାନରେ ପୋତିଦେବା ସହ ତା’ ଉପରେ ବ୍ଲିଚିଂ ସିଞ୍ଚନ କରିବା ସହ ଏହି କାର୍ଯ୍ୟ କରିବା ସମୟରେ ମୁହଁରେ ମାସ୍କ ଏବଂ ହାତରେ ଗ୍ଲୋବ୍ସ ପିନ୍ଧିବା ଉପରେ କମିଶନର ଗୁରୁତ୍ୱାରୋପ କରିଛନ୍ତି। ଯଦି ଏହି କୁକୁଡ଼ା ସଂସ୍ପର୍ଶରେ ଆସି କୌଣସି ବ୍ୟକ୍ତି ବା ଶିଶୁଙ୍କର ଜ୍ବର, ଛିଙ୍କ, କାଶ ଲାଗି ରୁହେ, ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ଜରୁରୀ ବୋଲି ସେ କହିଛନ୍ତି। ବିଏମ୍‌ସି ଅଧିକାରୀ ବା ସାଇନ୍‌ ଟିମ୍‌ ପରିଦର୍ଶନରେ ଯିବା ସମୟରେ ଠିକ୍‌ ତଥ୍ୟ ପ୍ରଦାନ କରି ଭୁବନେଶ୍ବରକୁ ବାର୍ଡ ଫ୍ଲୁ ମୁକ୍ତ କରିବାରେ ସକ୍ରିୟ ସହଯୋଗ କରିବା ପାଇଁ ବିଏମ୍‌ସି ପକ୍ଷରୁ ନିବେଦନ କରାଯାଇଛି।

Leave A Reply

Your email address will not be published.