ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

ରାଜ୍ୟରେ ଆରମ୍ଭ ହେଲା ପିଏମ-ଉଷ। ଯୋଜନା

0

ଭୁବନେଶ୍ବର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।
ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଯାଉଛି। ରାଜ୍ୟରେ ‘ପିଏମ୍- ଉଷା’ ଯୋଜନା ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବ । ଆମର ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ। ଯେଉଁଥିରେ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ଉପଯୁକ୍ତ ତାଲିମ୍‌କୁ ଗୁରୁତ୍ୱ ଦିଆଯିବ । ଯାହା ଦକ୍ଷତା ବିକାଶ ଓ ଚାକିରି କ୍ଷେତ୍ରରେ ମଧ୍ୟ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏ ପର୍ଯ୍ୟନ୍ତ ରାଜ୍ୟର ଦୂରଦୁରାନ୍ତ ଅଞ୍ଚଳରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ଖୋଲାଯାଇଛି। ଏହା ସହିତ ଓଡିଶାର ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ପାଇଁ ୨୬ଟି ଭାଷା ପରୀକ୍ଷାଗାର ନିର୍ମାଣ ପାଇଁ ପଦକ୍ଷେପ ନିଆ ଯାଉଛି। ଏହି ଯୋଜନା ମାଧ୍ୟମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଇଣ୍ଟର୍ନଶିପ୍‌ ମାଧ୍ୟମରେ ଇଣ୍ଡଷ୍ଟ୍ରିଆଲ୍ ଏକ୍ସପୋଜର୍ ପ୍ରଦାନ କରାଯିବା ସହିତ ପ୍ଲେସମେଣ୍ଟ ମାଧ୍ୟମରେ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ପୂରଣ ଦିଗରେ ଏହା ସହାୟକ ହେବ। ଶିକ୍ଷା କ୍ଷେତ୍ରରେ ବୈଷମ୍ୟତା ଓ ଅସମାନତା ଦୂର କରାଯାଇ ଏସ୍‌ଡିଜି-୪ର ଲକ୍ଷ୍ୟ ପୂରଣ ହୋଇପାରିବ। ଆଗାମୀ ଦିନରେ ସାମଗ୍ରୀକ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡ଼ିଶା ସରକାର ପ୍ରାଥମିକ ଶିକ୍ଷାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆନ୍ତର୍ଜାତିକ ମାନର ଶିକ୍ଷା ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯିବ। ଏହା ଦ୍ୱାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ ଏବଂ ବିକଶିତ ଭାରତ ଓ ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ।

Leave A Reply

Your email address will not be published.