ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସୁରକ୍ଷାବାହିନୀର ଏନକାଉଣ୍ଟରରେ ୯ ମାଓବାଦୀ ମୃତ

0

ଭୁବନେଶ୍ବର: ଛତିଶଗଡରେ ସୁରକ୍ଷାବାହିନୀକୁ ମିଳିଛି ବଡ ସଫଳତା। ଛତିଶଗଡର ଦାନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷାବାହିନୀ ଏବଂ ମାଓବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ସୁରକ୍ଷାବାହିନୀ ଗୁଳିରେ ୯ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। ମାଓବାଦୀଙ୍କ ମୃତଦେହ ସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମ ବସ୍ତର ଡିଭିଜନରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସର ମିଳିତ ଟିମ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଆଜି ସକାଳେ ଖୋଜାଖୋଜି ବେଳେ ସୈନିକ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟରେ ୯ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା। ଏବେ ବି ଗୁଳି ବିନିମୟ ଜାରି ରହିଛି।

ଏହାପୂର୍ବରୁ ଅଗଷ୍ଟ ୧୯ରେ ନାରାୟଣପୁର-କାନକର ସୀମାରେ ନକ୍ସଲ ଏବଂ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଏଥିରେ ସୁରକ୍ଷା ବାହିନୀ ତିନିଜଣ ନକ୍ସଲଙ୍କୁ ନିପାତ କରିଥିଲେ।

Leave A Reply

Your email address will not be published.