ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

୫ ତାରିଖ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

0

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୬ ତାରିଖ ଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ବଢିବା ସମ୍ଭାବନା ରହିଛି ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ତଥା ଅଧ୍ୟାପକ ସାର୍ଥକ ମିଶ୍ର।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେଉଁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାର ସ୍ଥାନେ ସ୍ଥାନେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

Leave A Reply

Your email address will not be published.