ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ

0

ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି।

ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ ହୋଇଯାଇଥିଲେ। ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି।

ଗୁଜୁରାଟରେ ବନ୍ୟା ବିତ୍ପାତ କାରଣରୁ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଓ ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ଏକ ହେଲିକପ୍ଟର ନିୟୋଜିତ ହୋଇଥିଲା। ହେଲେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପୋରବନ୍ଦର ପାଖରେ ଆରବିଆନ ସମୁଦ୍ରରେ ଜରୁରୀକାଳୀନ ଅବତରଣ କରୁଥିଲା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଯେଉଁଥିରେ ୩ ଜଣ ନିଖୋଜ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର ପାଇଁ ଜୋରଦାର ସର୍ଚ୍ଚ ଅପରେସନ୍ ଜାରି ରହିଛି। ଗୁଜରାଟ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଏହି ହେଲିକପ୍ଟର ପାଣି ଘେରରେ ରହିଥିବା ୬୭ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି।

Leave A Reply

Your email address will not be published.