ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ

0

ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି।

ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ ହୋଇଯାଇଥିଲେ। ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି।

ଗୁଜୁରାଟରେ ବନ୍ୟା ବିତ୍ପାତ କାରଣରୁ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଓ ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ଏକ ହେଲିକପ୍ଟର ନିୟୋଜିତ ହୋଇଥିଲା। ହେଲେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପୋରବନ୍ଦର ପାଖରେ ଆରବିଆନ ସମୁଦ୍ରରେ ଜରୁରୀକାଳୀନ ଅବତରଣ କରୁଥିଲା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଯେଉଁଥିରେ ୩ ଜଣ ନିଖୋଜ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର ପାଇଁ ଜୋରଦାର ସର୍ଚ୍ଚ ଅପରେସନ୍ ଜାରି ରହିଛି। ଗୁଜରାଟ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଏହି ହେଲିକପ୍ଟର ପାଣି ଘେରରେ ରହିଥିବା ୬୭ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି।

Leave A Reply

Your email address will not be published.