ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଗୋଟିଏ ଦିନ ଯାଇଛିକି ନାହିଁ ୟୁ ଟର୍ଣ୍ଣ ମାରିଲେ ରାଜ୍ୟ ସରକାର। ଗତକାଲି ମୁଖ୍ୟମନ୍ତ୍ରୀ ଗୃହରେ ଅବଗତ କରିଥିଲେ, ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଦିନକ ପରେ କଥା ବଦଳାଇ କହିଲେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।

ଆଜି ପୁଣି ମୋହନ ମାଝୀ ଗୃହକୁ ଅବଗତ କରିଛନ୍ତି, ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି। ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଗତକାଲି ମୋହନ ମାଝୀ ଯେଉଁ ମନ୍ତବ୍ୟ ଦେଇଥିଲେ, ତାକୁ ଜୋରଦାର ବିରୋଧ ହୋଇଥିଲା। ଏପରିକି ପଶ୍ଚିମ ଓଡ଼ିଶାରେ ଅସନ୍ତୋଷର ନିଆଁ ତେଜିଥିଲା।

ଓଡ଼ିଶାର କୌଣସି ଜାଗାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ବିଜେଡି ବିଧାୟକ କଲିକେଶ ନାରାୟଣ ସିଂଦେଓଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଥିଲେ। କଲିକେଶ ପଚାରିଥିଲେ, ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା କରିବା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି। ଏଦିଗରେ କି ପଦକ୍ଷେପ ନିଆଯାଇଛି। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏ ସମ୍ପର୍କିତ ଆସିଥିବା ରାୟ ଅନୁସାରେ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ।

ମୁଖ୍ୟମନ୍ତ୍ରୀଙ୍କ ଏଭଳି ଉତ୍ତର ପରେ ରାଜନୀତି ତେଜିଛି। କଲିକେଶ ଭାଜପାକୁ ଆକ୍ଷେପ କରି କହିଛନ୍ତି, ଏହା ପଶ୍ଚିମ ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା। ସରକାର ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ। କଂଗ୍ରେସ ମଧ୍ୟ ସମାଲୋଚନା କରିଛି। ଭାଜପା ବିରୋଧୀ ଦଳରେ ଥିବାବେଳେ ଆନ୍ଦୋଳନକୁ ସମର୍ଥନ କରୁଥିଲା। ହେଲେ କ୍ଷମତାକୁ ଆସିବା ପରେ ବଦଳି ଗଲା।

Leave A Reply

Your email address will not be published.