ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଗୋଟିଏ ଦିନ ଯାଇଛିକି ନାହିଁ ୟୁ ଟର୍ଣ୍ଣ ମାରିଲେ ରାଜ୍ୟ ସରକାର। ଗତକାଲି ମୁଖ୍ୟମନ୍ତ୍ରୀ ଗୃହରେ ଅବଗତ କରିଥିଲେ, ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଦିନକ ପରେ କଥା ବଦଳାଇ କହିଲେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।

ଆଜି ପୁଣି ମୋହନ ମାଝୀ ଗୃହକୁ ଅବଗତ କରିଛନ୍ତି, ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି। ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଗତକାଲି ମୋହନ ମାଝୀ ଯେଉଁ ମନ୍ତବ୍ୟ ଦେଇଥିଲେ, ତାକୁ ଜୋରଦାର ବିରୋଧ ହୋଇଥିଲା। ଏପରିକି ପଶ୍ଚିମ ଓଡ଼ିଶାରେ ଅସନ୍ତୋଷର ନିଆଁ ତେଜିଥିଲା।

ଓଡ଼ିଶାର କୌଣସି ଜାଗାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ବିଜେଡି ବିଧାୟକ କଲିକେଶ ନାରାୟଣ ସିଂଦେଓଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଥିଲେ। କଲିକେଶ ପଚାରିଥିଲେ, ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା କରିବା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି। ଏଦିଗରେ କି ପଦକ୍ଷେପ ନିଆଯାଇଛି। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏ ସମ୍ପର୍କିତ ଆସିଥିବା ରାୟ ଅନୁସାରେ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ।

ମୁଖ୍ୟମନ୍ତ୍ରୀଙ୍କ ଏଭଳି ଉତ୍ତର ପରେ ରାଜନୀତି ତେଜିଛି। କଲିକେଶ ଭାଜପାକୁ ଆକ୍ଷେପ କରି କହିଛନ୍ତି, ଏହା ପଶ୍ଚିମ ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା। ସରକାର ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ। କଂଗ୍ରେସ ମଧ୍ୟ ସମାଲୋଚନା କରିଛି। ଭାଜପା ବିରୋଧୀ ଦଳରେ ଥିବାବେଳେ ଆନ୍ଦୋଳନକୁ ସମର୍ଥନ କରୁଥିଲା। ହେଲେ କ୍ଷମତାକୁ ଆସିବା ପରେ ବଦଳି ଗଲା।

Leave A Reply

Your email address will not be published.