ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟରେ ଲାଗୁ ହେବ ପେଶା ଆଇନ

0

ଭୁବନେଶ୍ବର: ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପଞ୍ଚାୟତ ଏକ୍ସଟେନସନ ସିଡ୍ୟୁଲଡ ଏରିଆ(ପେଶା) ଆଇନ ୧୯୯୬ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ଗ୍ରାମସଭାକୁ ସଶକ୍ତ କରାଯିବ। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି।

ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶାରେ ଚାଲୁଥିବା ସମସ୍ତ କାମ ଚାଲୁ ରହିବ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଅର୍ଥ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଗାଁ ଗହଳିରେ ଅର୍ପଣ ଚାଉଳ ସଂଗ୍ରହ ପାଇଁ ସଙ୍କୀର୍ତ୍ତନ ଓ କ୍ରୀଡ଼ା ବିକାଶ ପାଇଁ ଖର୍ଚ୍ଚ କରାଯାଇଛି। ସେ ବାବଦରେ ତର୍ଜମା କରାଯାଉଛି। କାମ କରିଥିବା ସଂସ୍ଥାକୁ ପାଉଣା ନିଶ୍ଚିତ ଦିଆଯିବ ।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଥିବା ସମସ୍ତ ପଞ୍ଚାୟତକୁ ବିକାଶମୂଳକ କାମ ପାଇଁ ରାଜ୍ୟ ପଞ୍ଚମ ଅର୍ଥ କମିଶନ ଓ କେନ୍ଦ୍ର ପଞ୍ଚଦଶ ଅର୍ଥ କମିଶନଙ୍କ ଅନୁଦାନ ପ୍ରଦାନ କରାଯାଇଥାଏ। ବିକାଶମୂଳକ କାମ ପାଇଁ ରାଜ୍ୟ ଅର୍ଥ କମିଶନଙ୍କ ଅନୁଦାନ ଅଧୀନରେ ୨୦୧୯-୨୦ ଆର୍ଥିକ ବର୍ଷରେ ୩୭୦.୫୯ କୋଟି ଟଙ୍କା ଏବଂ ୨୦୨୦-୨୧ରୁ ୨୦୨୩-୨୪ ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ପାଇଁ ୫୪୯.୦୫ କୋଟି ଟଙ୍କା ପ୍ରଦାନ କରାଯାଇଛି।

ସେହିପରି କେନ୍ଦ୍ର ଅର୍ଥ କମିଶନ ଅଧୀନରେ ୨୦୧୯-୨୦ରେ ୨୩୮୯.୫୪ କୋଟି ଟଙ୍କା ଦିଆଯାଇଥିବା ବେଳେ ୨୦୨୦-୨୧ରେ ୧୫୮୦.୬୦ କୋଟି, ୨୦୨୧-୨୨ରେ ୧୧୬୮.୩୦, ୨୦୨୨-୨୩ରେ ୧୨୦୯.୬୦ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ୧୨୨୨.୮୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହାଛଡ଼ା ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବିକାଶମୂଳକ କାର୍ଯ୍ୟ ପାଇଁ ପଞ୍ଚାୟତଗୁଡିକୁ ଅନୁଦାନ ପ୍ରଦାନ କରାଯାଇଥାଏ।

Leave A Reply

Your email address will not be published.