ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ପଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ଵୀ ଶିକ୍ଷକ।

ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲା ସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।

Leave A Reply

Your email address will not be published.