ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ପଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ଵୀ ଶିକ୍ଷକ।

ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲା ସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।

Leave A Reply

Your email address will not be published.