ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ

0

ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି ନିଷ୍ପତ୍ତି ନିଆଯାଇନି। ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ଆଲୋଚନା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।

ତେବେ ଚଳିତ ବର୍ଷ ବାଲିଯାତ୍ରାର କଳେବର ବୃଦ୍ଧି ପାଇବ। ପ୍ରଥମ ଥର ଲାଗି ବାଲିଯାତ୍ରା ପଡିଆରେ ଗ୍ରୀନ କରିଡରର ବ୍ୟବସ୍ଥା କରାଯିବ। ବୁଧବାର, ଶୁକ୍ରବାର ଓ ରବିବାର ଭିଡ଼କୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ଯାନବାହନ ରଖିବା ପାଇଁ ପାର୍କିଂ ସ୍ଥଳ ଅଧିକ ହେବ। ତେବେ ଏଥର ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ବିଶେଷ ଭାବରେ ଗୁରୁତ୍ବ ଦିଆଯିବ। ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ।

Leave A Reply

Your email address will not be published.