ଭୁବନେଶ୍ବର: ପୁଣି ଥରେ ବିବାହ କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ପ୍ରେମିକା ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ବିବାହ କରିଛନ୍ତି ଅଭିନେତା। ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ ଶିରୋନାମାରେ ରହିଛନ୍ତି ଅଭିନେତା।
ମନୋଜ ମିଶ୍ର ବର୍ତ୍ତମାନ ଦ୍ୱିତୀୟ ବିବାହ କରିଛନ୍ତି। ସେ ତାଙ୍କ ଦୀର୍ଘ ଦିନର ଗାର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ସାତ ଜନ୍ମର ସାଥୀ କରିଛନ୍ତି। ଉଭୟ ବର୍ତ୍ତମାନ ସୋସିଆଲ ମିଡିଆରେ ନିଜର ବିବାହର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି। ଯାହା ଏବେ ଖୁବ ଭାଇରାଲ ହେଉଥିବା ବେଳେ ଉଭୟଙ୍କୁ ଫ୍ୟାନ୍ସ ସମେତ ସେଲିବ୍ରିଟି ତାଙ୍କୁ ଶୁଭକାମନା ଜଣାଇଛନ୍ତି। ମନୋଜ ମିଶ୍ର ଅଭିନେତ୍ରୀ ମମତା ନନ୍ଦଙ୍କୁ ଦୀର୍ଘ ଦିନରୁ ଡେଟ୍ କରିଆସୁଥିଲେ। ଯାହାକୁ ନେଇ ଓଲିଉଡ ଜଗତରେ ଚର୍ଚ୍ଚା ଜୋର ଧରିଥିଲା। ଏହା ପରେ ବର୍ତ୍ତମାନ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଭୟ କୋର୍ଟ ମ୍ୟାରେଜ କରିଥିବା ବେଳେ ସୋସିଆଲ ମିଡିଆରେ ବିବାହକୁ ସୁନିଶ୍ଚିତ କରିଛନ୍ତି।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ