ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ଦିଆଯିବ ନୂଆ ରାସନ କାର୍ଡ

0

ଭୁବନେଶ୍ବର: ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି କି ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ। ପ୍ରାୟ ୧୦ ଲକ୍ଷରୁ ଅଧିକ ଲୋକ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି।

ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ନୂଆ ରାସନ କାର୍ଡ ପାଇଁ ଏବେ ସୁଦ୍ଧା ୧୦ ଲକ୍ଷ ଲୋକ ଆବେଦନ କରିଛନ୍ତି। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ପୂର୍ବରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ ଆବେଦନ ମଧ୍ୟ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୩୭ହଜାର ଲୋକଙ୍କର ଇ-କେୱାଇସି ଅପଡେଟ ସରିଥିବା ବେଳେ ଅନ୍ୟମାନଙ୍କ ଯାଞ୍ଚ ଚାଲିଥିବା ନେଇ ମନ୍ତ୍ରୀ ପ୍ରକାଶ କରିଛନ୍ତି ।
ଏବେ ଯାଏଁ ଯାଞ୍ଚ କରାଯାଇଥିବା କାର୍ଡ ମଧ୍ୟରେ ଅନେକ ଜାଲ କାର୍ଡ ଧରା ପଡ଼ିଛି । ଏବେ ଯାଏଁ ୨୦ରୁ ୨୫ ପ୍ରତିଶତ ଜାଲ କାର୍ଡ ଧରା ପଡ଼ିଲାଣି। ଏଥିରେ ଆଉ କିଛି ସମୟ ଲାଗିବ। ସବୁ କାର୍ଡ ଯାଞ୍ଚ ହୋଇ ଜାଲ କାର୍ଡ ଧରିବା ପରେ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ନୂଆ କାର୍ଡ ଦେବେ ରାଜ୍ୟ ସରକାର ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ।

Leave A Reply

Your email address will not be published.