ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ

0

ଭୁବନେଶ୍ବର: ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।

ରାଜସ୍ବ ମନ୍ତ୍ରୀ କହିଛନ୍ତି, ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶ ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ମାତ୍ର ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ। ୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗବେଷଣା କହୁଛି, ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ ସୁପରିବାହୀ। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ।

Leave A Reply

Your email address will not be published.