ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ପାରା ଅଲିମ୍ପିକ୍ସ: ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଧର୍ମବୀର

0

ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ କମାଲ କରୁଛି ଭାରତ। ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ରେକର୍ଡ ପ୍ରଦର୍ଶନ ଜାରୀ ରଖିଛି । ପୁରୁଷ କ୍ଲବ ଥ୍ରୋ(ଏଫ୫୧)ରେ ଧର୍ମବୀର ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ସେ ତାଙ୍କ ୪ର୍ଥ ଉଦ୍ୟମରେ ୩୪.୯୨ ମିଟରକୁ ଥ୍ରୋ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଭାରତର ପ୍ରଣବ ସୂରମା ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ଭାରତର ପଦକ ସଂଖ୍ୟା ୨୪ରେ ପଂହଚିଛି। ଟିମ ଇଣ୍ଡିଆ ଏ ପର୍ଯ୍ୟନ୍ତ ୫ ସ୍ୱର୍ଣ୍ଣ, ୯ ରୌପ୍ୟ ଓ ୧୦ ବ୍ରୋଞ୍ଜ ପଦକ ଜିିତିଛି ସର୍ବକାଳୀନ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛି। ହରଭିନ୍ଦର ସିଂ ପ୍ରଥମ ଭାରତୀୟ ତୀରନ୍ଦାଜ ଭାବେ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

ଏହା ଧର୍ମବୀରଙ୍କର ଦ୍ୱିତୀୟ ପାରା ଅଲିମ୍ପିକ୍ସ ପଦକ। ଭାରତ ନିକଟରେ ଏବେ ବି ଆହୁରି କିଛି ପଦକ ଜିତିବା ସମ୍ଭାବନା ଥିବାରୁ କ୍ରୀଡାପ୍ରେମୀ ବେଶ ଉତ୍ସାହିତ ଅଛନ୍ତି।

Leave A Reply

Your email address will not be published.