ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର ବିଧାୟିକା ତଥା ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଗୁରୁବାର ଏକ୍ସ ଜରିଆରେ ଏନେଇ ସୂଚନା ଦେଇଛନ୍ତି।
ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ହେଉଛନ୍ତି ବିଜେପିର ଗୁଜରାଟ ବିଧାୟକ। ପୂର୍ବରୁ ଜାଡେଜାଙ୍କୁ ତାଙ୍କ ପତ୍ନୀ ରିବାବା ଜାଡେଜାଙ୍କ ସହ ଅନେକ ଥର ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ଅନେକ ରୋଡ ଶୋ’ରେ ମଧ୍ୟ ଦେଖିବାକୁ ମିଳିଥିଲା । ତାଙ୍କ ପରେ ଏବେ ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା