ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଜର୍ଜିଆ ହାଇସ୍କୁଲରେ ଶିକ୍ଷକ ଓ ସହପାଠୀଙ୍କୁ ଗୁଳିମାଡ

0

ଜର୍ଜିଆ: ଆମେରିକାର ଜର୍ଜିଆ ହାଇସ୍କୁଲରେ ଗୁଳିମାଡ଼। ଗୁଳିମାଡ଼ରେ ୪ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ୨ ଜଣ ଶିକ୍ଷକ ଅଛନ୍ତି। ଏହାସହ ପାଖାପାଖି ୯ ଜଣ ଗୁରୁତର ଥିବା କୁହାଯାଉଛି। ୯ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଅଭିଯୁକ୍ତ ଜଣକ ସେହି ସ୍କୁଲର ଜଣେ ୧୪ ବର୍ଷର ବାଳକ। ସେ ସେହି ସ୍କୁଲରେ ହିଁ ପାଠ ପଢୁଥିଲା। ହଠାତ ଶ୍ରେଣୀଗୃହରେ ପଶି ଗୁଳି ଚଳାଇବା ଯୋଗୁ ଘଟଣାସ୍ଥଳରେ ହିଁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଗୁଳିକାଣ୍ଡ ଘଟାଇଥିବା ସନ୍ଦିଗ୍ଧ ନାବାଳକକୁ ଅଟକ ରଖିଛି ପୋଲିସ ।

ସୂଚନା ଅନୁସାରେ, ଆମେରିକା ସ୍ଥିତ ଜର୍ଜିଆ ହାଇସ୍କୁଲରେ ହୋଇଛି ଆଖିବୁଜା ଗୁଳିମାଡ଼ ହୋଇଛି। ଏହି ଗୁଳିକାଣ୍ଡରେ ଫଳରେ ଟଳିପଡ଼ିଛନ୍ତି ଶିକ୍ଷକ ଓ ଛାତ୍ରଛାତ୍ରୀ। ଘଟଣାସ୍ଥଳରେ ବହୁ ସଂଖ୍ୟକ ପୋଲିସ ଏବଂ ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି। ଏହି ଘଟଣା ପରେ ବିଦ୍ୟାଳୟର ଆଖପାଖ ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଆଇନ ପ୍ରଣୟନକାରୀ ସଂସ୍ଥା ପଠାଯାଇଛି। ଏହି ଘଟଣା ସମୟରେ ବିଦ୍ୟାଳୟରେ ପ୍ରାୟ ୧୯୦୦ ଛାତ୍ର ଉପସ୍ଥିତ ଥିଲେ। ଛାତ୍ରମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ଅଭିଭାବକଙ୍କୁ ଭେଟିବାକୁ ଅନୁମତି ଦିଆଯାଇଛି।

Leave A Reply

Your email address will not be published.