ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ପ୍ରତି ପଞ୍ଚାୟତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ ଘୋଷଣା କରିଛନ୍ତି। ଏଥର ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ହେବ। ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ପ୍ରାଇଭେଟ ସ୍କୁଲକୁ ନଯାଇ ସମସ୍ତେ ଆସିବାକୁ ଇଚ୍ଛା ପ୍ରକାଶ କରିବେ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ବର୍ତ୍ତମାନ ସମୟରେ ସରକାରୀ ସ୍କୁଲରେ ପିଲା ସଂଖ୍ୟା କମୁଥିବାରୁ ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ଘରୋଇ ସ୍କୁଲକୁ ନଯାଇ ସମସ୍ତେ ଏହି ସ୍କୁଲକୁ ଆସିବାକୁ ଆଗ୍ରହ ପ୍ରକାଶ କରିବେ।

ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ। ତ୍ରିଭୁଜର ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ହେଉଛନ୍ତି ଶିକ୍ଷା ବ୍ୟବସ୍ଥା ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି କାର୍ଯ୍ୟ କଲେ ଶିଷ୍ୟର ଜୀବନ ସୁସଂଗଠିତ ହେବ। ଏହା ଦ୍ବାରା ବିକଶିତ ସମାଜ ଗଠନ ଧାରା ଉନ୍ନତ ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାମୀ ବିବେକାନନ୍ଦ ମୋର ଆଦର୍ଶ। ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁଭୂମିକା ରହିଛ। ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖମନ୍ତ୍ରୀକହିଛନ୍ତି, ବାପା, ମାଙ୍କ ପରେ ଗୁରୁ ହେଉଛନ୍ତି ଆମର ଆରାଧ୍ୟ ଦେବତା।

Leave A Reply

Your email address will not be published.