ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

0

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ହଜାର ୨୮୩ ଶିକ୍ଷକ ପଦବୀ ଖାଲି ରହିଛି। ବର୍ତ୍ତମାନ ୧୬ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଚାଲୁ ରହିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସୂଚନାଯୋଗ୍ୟ ଯେ, ଗତକାଲି ଗୁରୁ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ମୋଟ ୨୯ ହଜାର ୧୯୭ ଶିକ୍ଷକ ନିଯୁକ୍ତି ପାଇବେ ବୋଲି ଘୋଷଣା କରିଥିଲେ। ଆଗାମୀ ତିନି ସପ୍ତାହ ଭିତରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଏଥିସହିତ ପ୍ରାଥମିକ ସ୍ତରରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ପ୍ରତି ପଞ୍ଚାୟତରେ ମଡେଲ ସ୍କୁଲ- ଗୋଦାବରୀଶ ମିଶ୍ର ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ଖୋଲିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.