ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

0

ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

Leave A Reply

Your email address will not be published.