ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

0

ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

Leave A Reply

Your email address will not be published.