ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବିଜେପିରେ ମିଶିଲେ ସୁଜିତ କୁମାର

0

ଭୁବନେଶ୍ବର: ମମତା ମହନ୍ତଙ୍କ ପରେ ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ। ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଥିଲା।

ତେବେ ଏମ୍‌ପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବିଜେଡିରୁ ବହିଷ୍କାର ପରେ ଭାଜପା ଅଫିସରେ ପହଞ୍ଚିଥିଲେ ସୁଜିତ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପହଞ୍ଚିଥିଲେ। ଅଳ୍ପ କେଇଟା ସମୟ ପରେ ସୁଜିତ ଭାଜପାରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା ରାଜ୍ୟ ସଭା ଚେୟାରମ୍ୟାନଙ୍କୁ ଇସ୍ତଫା ପତ୍ର ପଠାଇବାର କିଛି ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର ହୋଇଥିବା ସୂଚନା ମିଳିଛି। ବିଜେଡିରୁ ରାଜ୍ୟ ସଭା ଏମ୍‌ପି ଥିଲେ ସୁଜିତ। ତାଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା। ହେଲେ ଏହା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.