ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

0

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି। କେନ୍ଦୁଝର ଅଫିସ୍ , ବାସଭବନ , ଭଦ୍ରକ ପୈତୃକ ଭବନ , ଭୁବନେଶ୍ୱର ଲକ୍ଷ୍ମୀ ସାଗର ନିଜ ଘର ଓ ଶ୍ୱଶୁର ଘର ଜାଗମରାରେ ଥିବା ଘର ସହ ଏକକାଳୀନ ୭ ଟି ସ୍ଥାନରେ ଚଢାଉ ଜାରି ରହିଛି।

ପୂର୍ବତନ ଝାରପଡା ଜେଲ ସୁପରିଟେଣ୍ଡେଣ୍ଟ ଭାବେ ସେ କାର୍ଯ୍ୟ କରୁଥିଲେ। କିଛି ଦିନ ପୂର୍ବରୁ ସତ୍ୟପ୍ରକାଶଙ୍କର ଟ୍ରାନସଫର ହୋଇଥିଲା । ତାଙ୍କର ଭୁବନେଶ୍ୱର ଝାରପଡା ଜେଲ ପାଖରେ ଥିବା ସରକାରୀ କ୍ବାଟର ସମେତ ଲକ୍ଷ୍ମୀସାଗରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ରେଡ୍ ଜାରି ରହିଛି। ମୋଟ ୭ଟି ସ୍ଥାନରେ ରେଡ ଜାରି ରହିଥିବା ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା‌ ଦିଆଯାଇଛି। ଭିଜିଲାନ୍ସର ୧୨ ଜଣ ଡିଏସପି ଓ ୧୧ ଇନସ୍ପେକ୍ଟରଙ୍କ ସହ ଏସଆଇ ଓ ଏଏସଆଇ ଏହି ଚଢାଉରେ ସାମିଲ ଅଛନ୍ତି।

Leave A Reply

Your email address will not be published.